www.samajalive.in
Tuesday, December 9, 2025
15.1 C
Bhubaneswar

ମିଚେଲ ସାଣ୍ଟ୍‌ନର କରୋନାରେ ଆକ୍ରାନ୍ତ

ଅକ୍‌ଲାଣ୍ଡ: ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳର ବରିଷ୍ଠ ଅଲ୍‌ରାଉଣ୍ଡର ମିଚେଲ ସାଣ୍ଟ୍‌ନର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ଶୁକ୍ରବାର ଏଠାରେ ପାକିସ୍ତାନ ବିପକ୍ଷରେ ଖେଳା ଯାଇଥିବା ପ୍ରଥମ ଟ୍ବେଣ୍ଟି୨୦ ମ୍ୟାଚ୍‌ରେ ସାଣ୍ଟ୍‌ନର ଖେଳିନଥିଲେ। ଏହି ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ବିଜୟୀ ହୋଇଥିଲା। ଶୁକ୍ରବାର ସକାଳୁ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ବୋର୍ଡ ଜଣାଇ ଦେଇଥିଲା ଯେ କୋଭିଡ୍‌-୧୯ରେ ସଂକ୍ରମିତ ହୋଇଥିବାରୁ ମିଚେଲ ସାଣ୍ଟନର ଅକ୍‌ଲାଣ୍ଡ ଯିବେନାହିଁ। ବର୍ତ୍ତମାନ ସାଣ୍ଟ୍‌ନର ଏକାନ୍ତବାସରେ ରହିବେ। ତାଙ୍କ ସ୍ବାସ୍ଥ୍ୟ ଉପ‌ରେ ନଜର ରଖାଯିବ। ପରେ ସେ ଏକାକୀ ହାମିଲ୍‌ଟନ ସ୍ଥିତ ତାଙ୍କ ଘରକୁ ଚାଲିଯିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories