ହସ୍ପିଟାଲରେ ଭର୍ତ୍ତି ହେଲେ ମିଥୁନ ଚକ୍ରବର୍ତ୍ତୀ
ସମାଜ ଡିଜିଟାଲ ଡେସ୍କ: ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ । ୭୩ବର୍ଷିୟ ମିଥୁନ ଚକ୍ରବର୍ତ୍ତୀ ଶନିବାର ସକାଳ ୧୦ଟା ସମୟରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । ସୂଚନା ଅନୁସାରେ ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।
Comments are closed.