www.samajalive.in
Friday, December 5, 2025
26.1 C
Bhubaneswar

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଷ୍ଟାଲିନ୍‌

ଚେନ୍ନଇ : ଡିଏମ୍‌କେ ମୁଖ୍ୟ ଏମ୍‌.କେ ଷ୍ଟାଲିନ୍‌ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶୁକ୍ରବାର ଶପଥ ଗ୍ରହଣ ​କରିଛନ୍ତି। କରୋନା କଟକଣା ମଧ୍ୟରେ ରାଜଭବନ ପରିସରରେ ଆୟୋଜିତ ସମାରୋହରେ ରାଜ୍ୟପାଳ ବନୱାରିଲାଲ ପୁରୋହିତ ତାଙ୍କୁ ପଦ ଓ ଗୋପନୀୟତର ଶପଥ ପାଠ କରାଇଛନ୍ତି। ଦଳର ବରିଷ୍ଠ ନେତା ଦୁରାଇ ମୁରୁଗାନ ଜଳ ସମ୍ପଦ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଶପଥ ଗ୍ରହଣ ପୂର୍ବରୁ ପ୍ରସ୍ତାବିତ ମନ୍ତ୍ରିମଣ୍ଡଳର ରୂପରେଖ ଘୋଷଣା କରିଛନ୍ତି। ତାଙ୍କ ମନ୍ତ୍ରିମଣ୍ଡଳରେ ଦଳର ପୁରୁଖା ନେତାମାନଙ୍କୁ ସ୍ଥାନ ଦିଆଯାଉଛି। ବିଧାୟକ ଦଳ ନେତା ନିର୍ବାଚିତ ହେବା ପରଠାରୁ ଷ୍ଟାଲିନ୍‌ ମନ୍ତ୍ରିମଣ୍ଡଳର ରୂପରେଖ ନେଇ ପ୍ରସ୍ତୁତି ଚଳାଇଥିଲେ। ଇତିମଧ୍ୟରେ ଦଳର ନେତୃତ୍ବ ବିବାଦ ନେଇ ଷ୍ଟାଲିନଙ୍କଠାରୁ ଦୂରେଇ ଯାଇଥିବା ଭାଇ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏମ୍‌.କେ ଆଲାଗିରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ସମସ୍ତ ସହଯୋଗ କରିବେ ବୋଲି କହିଛନ୍ତି। ୨୦୦୬ରୁ ୨୦୧୧ ପର୍ଯ୍ୟନ୍ତ ବାପା ଏମ୍‌. କରୁଣାନିଧିଙ୍କ ମନ୍ତ୍ରିମଣ୍ଡଳରେ ଷ୍ଟାଲିନ୍‌ ଉପମୁଖ୍ୟମନ୍ତ୍ରୀ ଥିଲେ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories