www.samajalive.in
Monday, December 15, 2025
15.1 C
Bhubaneswar

ଏମକେସିଜି ପିଜି ଡାକ୍ତରଙ୍କୁ ମାଡ ଘଟଣା: ଜଣେ ସହକାରୀ ପ୍ରାଧ୍ୟାପକ ଓ ୩ ସିନିୟର ରେସିଡେଣ୍ଟ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ସହକାରୀ ପ୍ରାଧ୍ୟାପକ ଓ ୩ ଜଣ ସିନିୟର୍ ରେସିଡେଣ୍ଟ ଡାକ୍ତରଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବାବେଳେ ଜଣେ ପିଜି ଡାକ୍ତରଙ୍କୁ ୬ ମାସ ପାଇଁ ହଷ୍ଟେଲ ମନା ହୋଇଛି। ଚାକିରିରୁ ବହିଷ୍କୃତ ହୋଇଥିବା ଡାକ୍ତର ହେଲେ ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡା. ପୁରୁଷୋତ୍ତମ ସ୍ୱାଇଁ, ଡା. ଆର୍ଯ୍ୟନ୍ କୁମାର ମହାନ୍ତି ଓ ଡା. ଚିନ୍ମୟ ପ୍ରଧାନ ଏବଂ ଶଲ୍ୟ ଚିକିତ୍ସା ବିଭାଗର ଡା. ଯଶୋବନ୍ତ ବିରା। ସେହିପରି ଅସ୍ଥିଶଲ୍ୟ ବିଭାଗ ଦ୍ୱିତୀୟ ବର୍ଷ ପିଜି ଡାକ୍ତର ପ୍ରୀୟଜିତ ସାହୁଙ୍କୁ ୬ ମାସ ହଷ୍ଟେଲ ବାରଣ କରାଯାଇଛି।

ସୂଚନା ପ୍ରକାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶିଶୁ ବିଭାଗର ପିଜି ଡାକ୍ତର ଭି. ରଜନୀକାନ୍ତଙ୍କୁ ଗତ ୨୧ ତାରିଖରେ ପିଜି ହଷ୍ଟେଲ-୩କୁ ଡାକି ଏହି ଡାକ୍ତରମାନେ ମାଡ଼ ମାରିଥିଲେ। ଏପରିକି ଶିଶୁ ବିଭାଗ ମୁଖ୍ୟ ତଥା ମେଡିକାଲ କଲେଜ ଉପାଧ୍ୟକ୍ଷ ବୁଝାସୁଝା କରିବାକୁ ଯାଇଥିବାବେଳେ ଏହି ଡାକ୍ତରମାନେ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଘଟଣାକୁ ନେଇ କଲେଜ ଏକାଡେମିକ କାଉନସିଲ ବୈଠକ ବସିବା ସହ ସମସ୍ତ ଡାକ୍ତରଙ୍କ ନାଁରେ ବୈଦ୍ୟନାଥପୁର ଥାନାରେ ମାମଲା ରୁଜୁ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories