www.samajalive.in
Sunday, December 7, 2025
23.1 C
Bhubaneswar

ରୋଗୀ ସମ୍ପର୍କୀୟଙ୍କ ଦୁର୍ବ୍ୟବହାର ; ଏମକେସିଜି ପାରାମେଡିକାଲ ଛାତ୍ରଛାତ୍ରୀଙ୍କ ଧାରଣ

ବ୍ରହ୍ମପୁର : ଜଣେ ରୋଗୀ ସମ୍ପର୍କୀୟଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଏମକେସିଜି ମେଡିକାଲ କଲେଜ ଓ ହସପିଟାଲରର ପାରାମେଡିକାଲ ଛାତ୍ରଛାତ୍ରୀ ଧାରଣା ଦେଇଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଥିଲେ। ଏମକେସିଜିର ପିଏମଆର କୋଠାରେ ଚିକିତ୍ସିତ ହେଉଥିବା ଜଣେ ମହିଳା ରୋଗୀଙ୍କ ସ୍ବାମୀ ଗତକାଲି ଜଣେ ଷ୍ଟାଫ ନର୍ସଙ୍କୁ ଦୁର୍ବ୍ୟବହାର କରିବା ସହ ଏକ୍ସ-ରେ ବିଭାଗରେ କାର୍ଯ୍ୟରତ ପାରା ମେଡିକାଲ ଛାତ୍ରଛାତ୍ରୀଙ୍କୁ ଗାଳିଗୁଲଜ ଓ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଆଜି ସକାଳୁ ଶତାଧିକ ପାରାମେଡିକାଲ ଛାତ୍ରଛାତ୍ରୀମାନେ କାର୍ଯ୍ୟବନ୍ଦ କରି ଏକ୍ସ-ରେ ବିଭାଗ ସମ୍ମୁଖରେ ଧାରଣାରେ ବସିଥିଲେ। ଏମକେସିଜି କର୍ତ୍ତୃପକ୍ଷ ଓ ବରି​ଷ୍ଠ ପୁଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ପ୍ରାୟ ୩ ଘଣ୍ଟା ଧରି ଏମକେସିଜିରେ ଏକ୍ସ-ରେ ଓ ଅଲଟ୍ରାସାଉଣ୍ଡ ସେବା ବନ୍ଦ ରହିଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories