www.samajalive.in
Friday, December 5, 2025
23.1 C
Bhubaneswar

ଆଇଇଡି ବୋମା ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଏକ ବଡ଼ ଯୋଜନାକୁ ପଣ୍ଡ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ । ଫୁଲବାଗଡି ବଡେଶେଟ୍ଟି ଜଙ୍ଗଲ ରାସ୍ତାରେ ପ୍ରାୟ ୪୦ କିଲୋଗ୍ରାମ ଓଜନର ଏକ ଆଇଇଡି ବୋମାକୁ ଠାବ କରିଥିଲେ ଯବାନ । ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ମାଓବାଦୀମାନେ ରାସ୍ତାରେ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ । ଡିଆରଜି ଓ ସିଆରପିଏଫ ମିଳିତ ଭାବେ ପାଟ୍ରୋଲିଂ ପାଇଁ ଯାଉଥିବା ସମୟରେ ଏହି ବିସ୍ଫୋରକ ଠାବ କରିଥିଲେ । ପରେ ବୋମା ନିଷ୍କ୍ରିୟକାରୀ ଦଳ ସୁରକ୍ଷିତ ଭାବେ ଆଇଇଡିକୁ ନିଷ୍କ୍ରିୟ କରିଥିଲେ ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories