ଡେସ୍କ : କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଏମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡିଛି । ଏଆଇସିସି ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଦଳ ବିରୋଧୀ କାର୍ଯ୍ୟ ପାଇଁ ସେମାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି(ଡିଏସି) ର ସୁପାରିଶ ଅନୁସାରେ ଏହି ଦୁଇ କଂଗ୍ରେସ ନେତାଙ୍କ ବିରୋଧରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଏଆଇସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ସଦସ୍ୟ ସଚିବ ତାରିକ ଅନୱାର ସୂଚନା ଦେଇଛନ୍ତି। ଏହି ଆଦେଶକୁ ମଧ୍ୟ ତତ୍କାଳ ଲାଗୁ କରିବାକୁ ବିଜ୍ଞପ୍ତିରେ ଦର୍ଶାଯାଇଛି।



