www.samajalive.in
Saturday, December 6, 2025
19.1 C
Bhubaneswar

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫ୍‌ଏସ ଅଭୟକାନ୍ତ ପାଠକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଆଇଏଫଏସ୍‌ ଅଭୟକାନ୍ତ ପାଠକଙ୍କୁ ବି କରୋନା ପଜିଟିଭ ହୋଇଛି। ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନ୍‌ରେ ରଖାଯାଇଛି।
୨୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଜମା କରିବାର ପ୍ରମାଣ ପାଇବା ପରେ ରାଜ୍ୟ ଭିଜିଲାନ୍ସ ବିଭାଗ ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି। ଉଭୟ ବାପା ଓ ପୁଅ ଏବେ ଜେଲରେ ଅଛନ୍ତି।

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତବର୍ଷ ଡିସେମ୍ବର ୩ ତାରିଖରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, ଆଇଟି ଆକ୍ଟ ୨୦୦୦ର ଦଫା ୬୬ସି ଓ ଡିରେ ମାମଲା ରୁଜୁ ହୋଇଛି। ଟାଟା କମ୍ପାନୀରେ ଚାକିରୀ କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ସେ ଟଙ୍କା ଆଦାୟ କରୁଥିଲେ ବୋଲି ଅଭିଯୋଗ ରହିଛି। ଏହା ସହିତ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରାଯାଇଥିଲା ଏବଂ ସେ ଏବେ ଜେଲ୍‌ରେ ଅଛନ୍ତି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories