www.samajalive.in
Monday, December 8, 2025
27.1 C
Bhubaneswar

ଗୀତ ଗାଇଲେ ବିଧାୟକ ସୁରେଶ କୁମାର ରାଉତରାୟ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଗୀତ ଗାଇଲେ ବିଧାୟକ ସୁରେଶ କୁମାର ରାଉତରାୟ। ତାହା ପୁଣି ରାପ। ଜଣାଶୁଣା ସଙ୍ଗୀତ ନିର୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନାରେ ଆଜି କଟକର ମିଲନ ଷ୍ଟଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି। ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନ ବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ସୁରେଶ କୁମାର ରାଉତରାୟ ଏ ଗୀତର କିଛି ରାପ ଅଂଶ ଗାଇଛନ୍ତି। ଅରମାନ ମ୍ୟୁଜିକ ପ୍ରଯୋଜିତ ଏ ଗୀତଟିକୁ ଲେଖିଛନ୍ତି ତପୁ ନାୟକ। ସୁରଙ୍କ ସହିତ ଏହି ଗୀତରେ କଣ୍ଠଦାନ କରିଛନ୍ତି ଲୋପାମୁଦ୍ରା ନାୟକ ଓ ଜ୍ୟୋତିର୍ମୟୀ।

ଜନନାୟକମାନେ ଗାୟକ ଭୂମିକାରେ ଉପନୀତ ହେବା କିଛି ନୂଆ କଥା ନୁହେଁ। ଶ୍ରୀ ରାଉତରାୟଙ୍କ ପୂର୍ବରୁ ବିଧାୟକ ତାରାପ୍ରସାଦ ବାହିନୀପତି ମଧ୍ୟ ଗୀତ ଗାଇ ଚର୍ଚ୍ଚାରେ ରହିସାରିଛନ୍ତି। ଏ ଗୀତର ଶୀର୍ଷକ ‘ରଙ୍ଗବତୀ..’ ରଖାଯାଇଥିଲେ ମଧ୍ୟ ପ୍ରସିଦ୍ଧ ସମ୍ବଲପୁରୀ ରଙ୍ଗବତୀ ଗୀତ ସହିତ ଏହାର କୌଣସି ସମ୍ପର୍କ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଲୋକଙ୍କ ପ୍ରିୟ ଓ ପସନ୍ଦର ସଙ୍ଗୀତ ନିର୍ଦ୍ଦେଶକ ଭାବେ ଜଣାଶୁଣା ଜାପାନୀ ଭାଇ। ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନିଷ୍ଠାପର ସେବା, ପରୋପକାରୀ ମନୋଭାବ ଓ ଲୋକଙ୍କ ପ୍ରତି ଥିବା ଶ୍ରଦ୍ଧା ଓ ସମ୍ମାନ ପାଇଁ ଲୋକେ ତାଙ୍କୁ ଯେପରି ଭଲପାଇବା ଦେଇ ଆସିଛନ୍ତି ଏ ଗୀତକୁ ମଧ୍ୟ ସେପରି ଭଲପାଇବା ଦେବେ ବୋଲି ସଙ୍ଗୀତ ନିର୍ଦେଶକ ଜାପାନୀ ଭାଇ ଆଶା ପ୍ରକାଶ କରିଛନ୍ତି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories