www.samajalive.in
Saturday, December 6, 2025
15.1 C
Bhubaneswar

ବିଧାୟକଙ୍କ ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ

ସିମୁଳିଆ:ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ସମସ୍ୟା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପରେ ବିଧାୟକଙ୍କ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ । ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଳକରେ ଥିବା ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ଅଭାବ ଏବଂ କାର୍ଯ୍ୟରେ ଅବହେଳା ହେଉଥିବା ନେଇ ରୋଗୀ ଏବଂ ସେମାନଙ୍କ ପରିବାର ଅଭିଯୋଗ ହୋଇ ଆସୁଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା।

ଖବର ପାଇ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଆଜି ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପରିଦର୍ଶନରେ ଆସି ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଡ଼.ସନ୍ତୋଷ କୁମାର ସାହୁଙ୍କ ସାକ୍ଷାତ କରି ସମସ୍ୟାର ସମାଧାନ ନିମନ୍ତେ ଆଲୋଚନା କରିଥିଲେ । ଏଥି ସହ ଆଲୋଚନାରେ ଠିକାଦାର ନୂତନ ଗୃହ କାର୍ଯ୍ୟ ସରିଥିଲେବି ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟଙ୍କୁ ହସ୍ତଗତ କରି ନ ଥିବା ଯୋଗୁଁ ଏକ୍ସରେ,ଅଲ୍ଟ୍ରାସାଉଣ୍ଡ ଓ ଅନ୍ୟାନ୍ୟ ମେସିନ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ତେଣୁ ତୁରନ୍ତ କାର୍ଯ୍ୟକ୍ଷମ କରାଇବାକୁ ବିଧାୟକ ଶ୍ରୀ ପଣ୍ଡା ତାଗିଦ କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories