www.samajalive.in
Monday, December 15, 2025
26.1 C
Bhubaneswar

ଭୁବନେଶ୍ୱରରେ ‘ମୋ ବସ୍‌’ ଧକ୍କାରେ ୨ ଗୁରୁତର; କଟିଗଲା ଯୁବତୀଙ୍କ ହାତ..

ଭୁବନେଶ୍ୱର : ‘ମୋ ବସ୍‌’ ଧକ୍କାରେ ୨ ଗୁରୁତର । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ଘଟିଛି । ଦୁର୍ଘଟଣାରେ ୨ ଗୁରୁତରଙ୍କ ମଧ୍ୟରୁ ଯୁବତୀଙ୍କ ହାତ ଉପରେ ବସ୍‌ ଚଢିଯିବାରୁ ତାଙ୍କ ହାତ କଟି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗୁରୁତର ଯୁବତୀ ଓ ଅନ୍ୟ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟଲୋକଙ୍କ ଉତ୍ତେଜନା ଦେଖାଦେଇଛି । ନନ୍ଦନକାନନ ପଟରୁ ଆସୁଥିବା ପ୍ରାୟ ୨୦ରୁ ଅଧିକ ବସ୍‌କୁ ଅଟକାଇଛନ୍ତି ଲୋକେ । ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟୁଛି ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଦୁର୍ଘଟଣା ପରେ ଗାଡି ଛାଡି ଚାଳକ ଘଟଣାସ୍ଥଳରୁ ଚମ୍ପଟ୍‌ ମାରିଛି । ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ଝାଡଖଣ୍ଡରେ ଭୂକମ୍ପ ଝଟକା

ନଭେମ୍ବର ୭ରେ ଶୁକ୍ର କରିବେ ରାଶି ପରିବର୍ତ୍ତନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories