www.samajalive.in
Monday, December 8, 2025
13.1 C
Bhubaneswar

ସମ୍ବଲପୁରରେ ଗଡୁନି ମୋ ବସ୍: ବିଭିନ୍ନ ଦାବି ନେଇ ଧାରଣାରେ କର୍ମଚାରୀ

ସମ୍ବଲପୁର : ଆଜି ସମ୍ବଲପୁର ସହରରେ ଗଡୁନି  ମୋ ବସ୍। ବିଭିନ୍ନ ଦାବି ନେଇ ଆଜି  କର୍ମଚାରୀମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ମୋ ବସ୍ ରେ ପ୍ରବଳ ଭିଡ ହେଉଥିବାରୁ ଟିକେଟ୍ କାଟିବାକୁ ଅସୁବିଧା ହେବା ସହ ଅନେକ ସମୟରେ ସେମାନଙ୍କ ଦରମା କାଟ୍ ହେଉଥିବା ଅଭିଯୋଗ ହୋଇଛି । ପ୍ରତିଦିନ ଶହ ଶହ ଲୋକ ନିଜ ନିଜର ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିବାକୁ ମୋ ବସ୍ ଉପରେ ନିର୍ଭର କରନ୍ତି। ଆଜି ସହରରେ ମୋ ବସ୍ ସେବା ବନ୍ଦ ଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ସେପଟେ ଯଥାଶୀଘ୍ର ଏସବୁ ସମସ୍ୟାର ସାମଧାନ ନହେଲେ , ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବା ନେଇ ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories