ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ୍ କଟକଣା, ‘ମୋ ବସ୍’ ଚଳାଚଳ ବାଧାପ୍ରାପ୍ତ
ଭୁବନେଶ୍ବର : ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି । ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୯ ତାରିଖରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କଟକଣା ଜାରି ହୋଇଛି । ଏୟାରପୋର୍ଟ ଛକରୁ ପିଏମଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ଯାଏଁ କଟକଣା ରହିଛି । ‘ମୋ ବସ୍’ ଚଳାଚଳ ବାଧାପ୍ରାପ୍ତ ହେବା ନେଇ କ୍ରୁଟ୍ ପକ୍ଷରୁ ସୂଚନା ଦିଆଯାଇଛି ।
Comments are closed.