www.samajalive.in
Sunday, December 14, 2025
23.1 C
Bhubaneswar

ଆଜିଠୁ ‘ମୋ ସରକାର’

ଭୁବନେଶ୍ୱର : ଗାନ୍ଧୀ ଜୟନ୍ତୀ ଅବସରରେ ବୁଧବାରଠାରୁ ‘ମୋ ସରକାର’ ଯୋଜନା ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ସ୍ଥିତ ସହିଦନଗର ଥାନା ଓ କ୍ୟାପିଟାଲ ହସ୍ପିଟାଲରୁ ଏହି ଯୋଜନାର ଶୁଭାରମ୍ଭ କରାଯିବ।
ସୂଚନାଯୋଗ୍ୟ, ‘ମୋ ସରକାର’ ଯୋଜନା ଲାଗୁ କରିବା ପାଇଁ ଗତ ୧ ମାସ ହେଲା ପ୍ରସ୍ତୁତି ଚାଲିଛି। ଏହି ଯୋଜନା ଅନୁସାରେ, ସରକାରୀ ସେବା ସମ୍ପର୍କରେ ଲୋକଙ୍କ ମତାମତ ନିଆଯିବ। ତେଣୁ ପ୍ରାଥମିକ ପର୍ଯ୍ୟାୟରେ ଥାନା ଓ ଡାକ୍ତରଖାନାକୁ ଏଥିରେ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ନିଜେ ସିଧାସଳଖ ଲୋକଙ୍କ ସହ ଫୋନ୍‌ରେ କଥା ହେବେ। ଥାନାକୁ ଗଲେ ସେଠାରେ କିଭଳି ବ୍ୟବହାର କରାଯାଉଛି, ଏହାସହିତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତରେ ସେ ଲୋକଙ୍କୁ ପଚାରି ବୁଝିବେ। ସେହିପରି ଡାକ୍ତରଖାନାରେ ଚିକିତ୍ସା ସେବାକୁ ନେଇ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ମତାମତ ନିଆଯିବ। ଲୋକେ ଭଲ ମତ ଦେଲେ ଅଧିକାରୀଙ୍କ ପ୍ରଶଂସା ସାଙ୍ଗକୁ ପଦୋନ୍ନତି ମଧ୍ୟ ହେବ। ଏହାସହିତ କର୍ତ୍ତବ୍ୟରେ ଅବହେଳା ଜଣାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୂର୍ବରୁ ପୁଲିସ ଡିଜି ବି.କେ ଶର୍ମା ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କ ସହ କଥା ହୋଇ ସେମାନଙ୍କ ମତ ନେଇଥିଲେ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories