www.samajalive.in
Monday, December 8, 2025
27.1 C
Bhubaneswar

ରୁପ୍ରାରୋଡ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ଡଃ ସାଧୁରାମ ଅଗ୍ରଓ୍ବାଲ : ଅଞ୍ଚଳବାସୀଙ୍କ ତରଫରୁ ସମ୍ବର୍ଦ୍ଧନା

ନର୍ଲା : ସୋମବାର ରୁପ୍ରାରୋଡ ସରକାରୀ ଉଚ୍ଚ ବିଦ୍ୟାଳୟରେ ପୋଷ୍ୟ ଗ୍ରହଣ ଉତ୍ସବ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ସରକାରଙ୍କ ମୋ ସ୍କୁଲ ଅଭିଯାନ ଯୋଜନାନୁଯାୟୀ ଏହି ବିଦ୍ୟାଳୟକୁ ଡଃ ସାଧୁରାମ ଅଗ୍ରଓ୍ବାଲ ପୋଷ୍ୟ ଭାବରେ ଗ୍ରହଣ କରିଛନ୍ତି । ଏହାକୁ ନେଇ ସ୍ଥାନୀୟ ବିଦ୍ୟାଳୟ କର୍ତ୍ତୃପକ୍ଷ, ବୁଦ୍ଧିଜୀବୀ, ଶିକ୍ଷାପ୍ରେମୀ ଓ ଅଭିଭାବକଙ୍କ ତରଫରୁ ଡଃ ଅଗ୍ରଓ୍ବାଲଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବର୍ତମାନ ଡଃ ଅଗ୍ରଓ୍ବାଲଙ୍କ ନିଜସ୍ବ ଉଦ୍ୟମରେ ବିଦ୍ୟାଳୟର ପୁରାତନ ଗୃହକୁ ଭଙ୍ଗାଯାଇ ନୂତନ ଗୃହ ନିର୍ମାଣାଧୀନ ରହିଛି । ସେ ହେଉଛନ୍ତି ବିଦ୍ୟାଳୟର ପ୍ରଥମ ପ୍ରତିଷ୍ଠାତା ସମ୍ପାଦକ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃନ୍ଦାବନ ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁପ୍ରାରୋଡ ସରପଞ୍ଚ ଚିତ୍ତରଞ୍ଜନ ରଣା ଯୋଗଦେଇ ବିଦ୍ୟାଳୟ ଓ ଡଃ ଅଗ୍ରଓ୍ବାଲଙ୍କ ଅତୀତରୁ ଆଜିଯାଏଁ ଥିବା ନିବିଡ଼ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମିତି ସଭ୍ୟ କିଶୋର ଭୋଇ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମହେନ୍ଦ୍ର ସାହୁ, ଜନକ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।  ନେପାଳ ଭୋଇ ମଞ୍ଚ ପରିଚାଳନା କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories