www.samajalive.in
Monday, December 15, 2025
16.1 C
Bhubaneswar

ଧବଳେଶ୍ୱରରେ ଭ୍ରାମ୍ୟମାଣ ଏଟିଏମକୁ ଉଦଘାଟନ କଲେ କୃଷିମନ୍ତ୍ରୀ

ଗୁରୁଡିଝାଟିଆ : ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କୁ ଦର୍ଶନ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁମାନେ ଆସୁଛନ୍ତି । ଦୁଇବର୍ଷ ପରେ କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ପ୍ରଭୁଙ୍କୁ ଦର୍ଶନ କରିବାର ମହାର୍ଘ୍ୟ ସୁଯୋଗ ପାଇଥିବାରୁ ପୀଠରେ ନାହିଁ ନଥିବା ଭିଡ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏକ ଭ୍ରାମ୍ୟମାଣ ଏଟିଏମକୁ ଉଦଘାଟନ କରିଛନ୍ତି । ଏହି ଏଟିଏମଟି ଆଗନ୍ତୁକ ଶ୍ରଦ୍ଧାଳୁଙ୍କ ଉପକାରରେ ଆସିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିବା ସହ ପଞ୍ଚକ ଓ ବଡଓଷା ପରେ ଧବଳେଶ୍ୱରଙ୍କ ମଞ୍ଚେଶ୍ୱର ପାର୍ଶ୍ବରେ ସ୍ଥାୟୀ ଏଟିଏମ ବ୍ୟବସ୍ଥା କରାଯିବ ବୋଲି କହିଥିଲେ। ଏହି ଉଦଘାଟନ କାର୍ଯ୍ୟକ୍ରମରେ ଏଚଡିଏଫସି ବ୍ୟାଙ୍କର ଉପସଭାପତି ଅନିମେଶ ବିଶ୍ୱାଳ, ଚୌଦ୍ୱାର ଏସଡିପିଓ ସତ୍ୟବ୍ରତ ଲେଙ୍କା, ଜିଲ୍ଲାପରିଷଦ ସଦସ୍ୟ ବଳଭଦ୍ର ବାଘ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରିୟବ୍ରତ ସାହୁ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories