୯ଟି ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତର ଆଶଙ୍କା

0

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରାରେ ଅସ୍ବାଭାବିକ ପରିବର୍ତ୍ତନ ଦେଖା ଦେଇଛି । କାଳବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ ତାପମାତ୍ର ହ୍ରାସ ପାଇଥିବା ବେଳେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ଘଟିଛି ।  ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ସମେତ  ୯ଟି ଜିଲ୍ଲାରେ ଘଡଘଡି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘଣ୍ଟାକୁ  ୫୦ରୁ ୬୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ଖୋର୍ଦ୍ଧା, ପୁରୀ ଓ ନାୟଗଡ଼ ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ମିଳିଛି । ତେବେ ଉପକୂଳ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି ।

Leave A Reply