www.samajalive.in
Sunday, December 14, 2025
14.1 C
Bhubaneswar

ଆଜି ଗର୍ଜିବ ପଶ୍ଚିମାଝଡ଼

ଭୁବନେଶ୍ବର : ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବ ଲାଗି ରହିଛି। ଦିନରେ ପାଗ କୋହଲା ରହୁଛି। ମଝିରେ ମଝିରେ ହାଲୁକା ପବନ ବହୁଛି। ବିଭିନ୍ନ ସ୍ଥାନରେ ବଜ୍ରପାତ, କୁଆପଥର ମାଡ଼, ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିବା ଏବଂ ମଧ୍ୟମରୁ ପ୍ରବଳ ବର୍ଷା ହେଉଛି। ବୁଧବାରଠାରୁ ପଶ୍ଚିମାଝଡ଼ ପ୍ରଭାବ ଲାଗି ରହିଥିବା ବେଳେ ଶୁକ୍ରବାର ଏହାର ପ୍ରଭାବ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ସର୍ବାଧିକ ରହିବ। କିଛି ଅଞ୍ଚଳରେ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। କୁଆପଥର ମାଡ଼ ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ କେତେକ ଜିଲାକୁ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର,ଅନୁଗୋଳ ଏବଂ ଢେଙ୍କାନାଳର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷିବାର ସମ୍ଭାବନା ରହିଛି। ଏହିସବୁ ଜିଲା ଗୁଡ଼ିକରେ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ ଏବଂ କଟକ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ କମଳା ସତର୍କତା ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବାକି ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ିର ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ହଳଦିଆ ସତର୍କତା ଜାରି ହୋଇଛି।
ପାଣିପାଗ ବିଭାଗର ସତର୍କତାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ନିକୁଞ୍ଜ ବିହାରୀ ଧଳ। ଗୁରୁବାର ଗୋପାଳପୁର, ବାରିପଦା ଏବଂ ନୟାଗଡ଼ରେ ହାଲୁକା ବର୍ଷା ହୋଇଛି। ସନ୍ଧ୍ୟାରେ ରାଜଧାନୀ ଆକାଶ ମେଘାଚ୍ଛନ୍ନ ଥିବାବେଳେ ହାଲୁକା ପବନ ବହୁଥିଲା। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ୨ଦିନ ପର୍ଯ୍ୟନ୍ତ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories