www.samajalive.in
Tuesday, December 9, 2025
26.1 C
Bhubaneswar

କଟକର ଖାନନଗରରେ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ, ବ୍ୟୟ ଅଟକଳ ୬୫ କୋଟି

କଟକର ଖାନନଗରଠାରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ଏଥିପାଇଁ ୬୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ମହାନ୍‌ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ସୂଚନା ଅନୁଯାୟୀ, ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, କ୍ଲୋକ୍ ରୁମ୍, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏଥିପାଇଁ ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରାଯିବ। ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories