www.samajalive.in
Saturday, December 6, 2025
14.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଆରମ୍ଭ

ନୂଆଦିଲ୍ଲୀ : ଦିଲ୍ଲୀର ତାଲକୋଟରା ଷ୍ଟାଡ଼ିୟମରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଛାତ୍ରଛାତ୍ରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଦେବା ସହ ନିଜର ଉଦବୋଧନ ଆରମ୍ଭ କରିଛନ୍ତି। ଦେଶର ବିଭିନ୍ନ ଭାଗରୁ ୨୦୦୦ରୁ ଅଧିକ ଛାତ୍ରଛାତ୍ର, ଶିକ୍ଷକ ଓ ଅଭିଭାବକ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି। ନିଜର ଉଦବୋଧନ ଆରମ୍ଭ କରି ମୋଦୀ ଛାତ୍ରଛାତ୍ରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଦେଉଛନ୍ତି।
ସୂଚନା ଯୋଗ୍ୟ, ଆଜିର ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବେ ଓ କିଛି ମନୋନୀତ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ। ପରୀକ୍ଷା ସମୟରେ କିଭଳି ଚାପର ମୁକାବିଲା କରିବାକୁ ହେବ ସେ ବିଷୟରେ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେବେ। ୨୦୧୮ ଫେବୃୟାରୀ ମାସରେ ଅନୁଷ୍ଠିତ ପ୍ରଥମ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅନ୍ୟମନସ୍କତାର ମୁକାବିଲା ପାଇଁ ଆତ୍ମସମୀକ୍ଷା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ସେହିପରି ଗତ ଜାନୁୟାରୀ ମାସରେ ‘ପରୀକ୍ଷା ପେ ଚର୍ଚ୍ଚା’ର ଦ୍ୱିତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ସମୟର ଅପଚୟ ନ କରି ଏହାର ସୁବିନିଯୋଗ କରିବାକୁ ପରାମର୍ଶ ଦେଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories