www.samajalive.in
Monday, December 8, 2025
16.1 C
Bhubaneswar

‘ଅମ୍ପନ’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ ଲାଗି କାଲି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ଅମ୍ପନ ଆମ୍ପୁଡ଼ାରେ ଓଡ଼ିଶା ବେହାଲ । ଓଡିଶାର ୫ ଜିଲା ଅମ୍ପନ ଯୋଗୁଁ କ୍ଷତିଗ୍ରସ୍ତ ହୋଇଛି । ଫସଲ ଲୋଟିଛି, ବିଜୁଳି ଖୁଣ୍ଟ ଭାଙ୍ଗିଛି । ହଜାର ହଜାର ଏକର ଜମିର ଫସଲ ନଷ୍ଟ ହୋଇଛି । ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ‘ଅମ୍ପନ’ ପ୍ରଭାବରେ ଗଭୀର ପ୍ରଭାବିତ ହୋଇଛି । ରାଜ୍ୟରେ ୭୨ ଜଣ ମୃତ୍ୟୁବରଣ କରିଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିବାକୁ ଆମନ୍ତ୍ରଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି ।

ସ୍ବତନ୍ତ୍ର ଗୁଇନ୍ଦା ଡିଜି ସତ୍ୟଜିତ ମହାନ୍ତି, ଏୟାରପୋର୍ଟ ନିର୍ଦ୍ଦେଶକ ଭି ଭି ରାଓ, ଅତିରିକ୍ତ ଡିଜି ପ୍ରିୟଦର୍ଶୀ ମିଶ୍ର, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ଅତିରିକ୍ତ ପୋଲିସ କମିଶନର ଅନୁପ ସାହୁ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି ।

- Advertisement -

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଯଦି ଆସନ୍ତାକାଲି ଭୁବନେଶ୍ବର ବିମାବନ୍ଦରରେ ଓହ୍ଲାଇ ସ୍ବତନ୍ତ୍ର ହେଲିକପ୍ଟରରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ଅପରାହ୍ନରେ ସେ ଭୁବନେଶ୍ବରରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି ।

ଏହା ପୂର୍ବରୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଅମ୍ପନ କ୍ଷତିର ପ୍ରାଥମିକ ରିପୋର୍ଟ ଦେଇଛନ୍ତି । ଅମ୍ପନ ଯୋଗୁଁ ରାଜ୍ୟର ୮୯ଟି ବ୍ଲକର ୧୫ ଶହ ପଞ୍ଚାୟତ ଓ ୬ ହଜାର ୭୪୫ ଗାଁ କ୍ଷତିଗ୍ରସ୍ତ ହୋଇଛି । ୩ ହଜାର ୨୨୮ଟି ଆଶ୍ରୟସ୍ଥଳୀକୁ ୨ ଲକ୍ଷ ୪ ଶହ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲ । ୧ ଲକ୍ଷ ହେକ୍ଟର ଚାଷ ଜମିରେ ଫସଲ ନଷ୍ଟ ହୋଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories