www.samajalive.in
Sunday, December 14, 2025
23.1 C
Bhubaneswar

୨୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କଟକ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୬ ତାରିଖରେ ଓଡିଶା ଆସିବେ । ବିଜେପି ଓଡିଶା ପ୍ରଭାରୀ ଅରୁଣ ସିଂ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । ବିଜେପି ପକ୍ଷରୁ ତଳ ବାଲିଯାତ୍ରା ପଡିଆରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଉଦ୍‍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସଭାରେ ସେ ମହାନଦୀ ପ୍ରସଙ୍ଗରେ ବଡ ଘୋଷଣା କରିବେ ବୋଲି ସୂଚନା ମିଳିଛି। ଏଥିନେଇ ଶୁକ୍ରବାର ସନ୍ଧ୍ୟାରେ କେନ୍ଦ୍ରୀୟ ବିଜେପି ନେତା ସଦାନ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓ, ପୂର୍ବତନ ମନ୍ତ୍ରୀ ସମୀର ଦେ, ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ପ୍ରମୁଖ ତଳ ବାଲିଯାତ୍ରା ପଡିଆ ଆସି ଅନୁଧ୍ୟାନ କରିଯାଇଛନ୍ତି ।

ମହାନଦୀକୁ ନେଇ ବିଜେଡି ରାଜ୍ୟରେ ଯେଭଳି ପ୍ରମୁଖ ପ୍ରସଙ୍ଗ କରି ଫାଇଦା ହାସଲ କରିବାକୁ ଯୋଜନା କରିଛି, ସେଥିରେ ଅଙ୍କୁଶ ଲଗାଇବା ସହିତ ବିଜେଡି ଚାଲକୁ ବିଫଳ କରିବା ପାଇଁ ବିଜେପିର ଏହା ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ବୋଲି ଆଲୋଚନା ହେଉଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories