www.samajalive.in
Saturday, December 6, 2025
16.1 C
Bhubaneswar

‘ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି’

ଭୁବନେଶ୍ୱର : ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିବା ସହ ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ସମଗ୍ର ଦେଶବାସୀଙ୍କ ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି । ଆଜିର ପ୍ରକଳ୍ପ ଯୋଗୁଁ ଓଡ଼ିଶାରେ ନୂଆ ରୋଜଗାର ମିଳିବ । ଦେଶରେ ଏବେ ଏମିତି ସରକାର ଯିଏ ବର୍ତ୍ତମାନ ଓ ଭବିଷ୍ୟତର ଚିନ୍ତା କରୁଛି । ସରକାର ପୂର୍ବ ଭାରତର ସାମର୍ଥ୍ୟ ବଢାଇ ଚାଲିଛି । ପୂର୍ବରୁ ପ୍ରକଳ୍ପ ସଠିକ୍ ସମୟରେ ସରୁନଥିଲା କିନ୍ତୁ ଏବେ ସରକାର ପ୍ରକଳ୍ପ ଆରମ୍ଭ କରିବା ସହିତ ସଠିକ୍ ରୂପେ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ବ ଦେଉ ବୋଲି ମୋଦୀ କହିଛନ୍ତି । ଓଡିଶାର ବିକାଶ ପାଇଁ ଆମେ ଗୁରୁତ୍ବ ଦେଇଆସୁଛୁ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ।

 

- Advertisement -

ଏହି ଅବସରରେ ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଅଛନ୍ତି । ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି। ଓଡିଶାର ୩ଟି ନୂଆ ଟ୍ରେନ୍‌‌ ସେବାର ଶୁଭାରମ୍ଭ କରିଛନ୍ତି ମୋଦୀ। କେନ୍ଦୁଝରଗଡ ଷ୍ଟେସନରୁ ପୁରୀ-ଆନନ୍ଦବିହାର ଟର୍ମିନାଲ ମଧ୍ୟରେ ନୂଆ ଟ୍ରେନ, ପାରାଦୀପ ଷ୍ଟେସନରୁ ପାରାଦୀପ-କେନ୍ଦୁଝର, ଏମ୍‌‌ଏମ୍‌‌ଏଲ୍‌‌ପି ଯାଜପୁର, ଓଡିଶାରୁ ଆଇସିଡି ଦାଦରୀ, ଉତ୍ତରପ୍ରଦେଶରୁ କଣ୍ଟେନର୍‌‌ ଟ୍ରେନ୍‌‌ର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ପରେ ମୋଦୀ ଚଣ୍ଡିଖୋଲରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାହାରି ଯାଇଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories