ଦିଦିଙ୍କୁ ଅଭିନନ୍ଦନ ଜଣାଇଲେ ମୋଦୀ
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ବୁଧବାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ୧୦ଟା ୪୫ରେ ରାଜଭବନରେ ରାଜ୍ୟପାଳ ଜଗଦୀପ ଧନଖଡ଼ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ଶପଥପାଠ କରାଇଛନ୍ତି। ଏହାପରେ ଅନେକ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ମୋଦୀ ଟ୍ୱିଟ୍ କରି ଲେଖିଛନ୍ତି, “ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ମମତା ଦିଦିଙ୍କୁ ଅଭିନନ୍ଦନ”।
Congratulations to Mamata Didi on taking oath as West Bengal’s Chief Minister. @MamataOfficial
— Narendra Modi (@narendramodi) May 5, 2021
Comments are closed.