www.samajalive.in
Saturday, December 6, 2025
14.1 C
Bhubaneswar

ମନ କି ବାତରେ ମୋଦୀ, ନିର୍ବାଚନର ସଫଳତା ପାଇଁ ଦେଶବାସୀ ଓ ନିର୍ବାଚନ ଆୟୋଗଙ୍କୁ କଲେ ପ୍ରଶଂସା

ଡେସ୍କ: ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଦାୟିତ୍ୱ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦି ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ମନ କି ବାତରେ ଦେଶବାସୀଙ୍କ ସହ ଭାବ ବିନିମୟ କରିଛନ୍ତି। ଆଜିର ମନ କି ବାତର ୧୧୧ତମ ସଂସ୍କରଣରେ ଶ୍ରୀ ମୋଦୀ ସଦ୍ୟ ସମାପ୍ତ ନିର୍ବାଚନ ସମ୍ପର୍କରେ କହିଛନ୍ତି। ସେ କହିଛନ୍ତି, ଦେଶବାସୀ ସମ୍ବିଧାନ ଏବଂ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ବିଶ୍ୱାସ ଓ ଭରସା ଦେଖାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ୨୦୨୪ର ନିର୍ବାଚନ ବିଶ୍ୱର ସବୁଠାରୁ ବଡ଼ ନିର୍ବାଚନ। ବିଶ୍ୱର କୌଣସି ଦେଶରେ ଏଭଳି ନିର୍ବାଚନ ହୋଇନଥିବ ଯେଉଁଥିରେ ୬୫ କୋଟି ଭୋଟର ମତଦାନ ସାମିଲ ହୋଇଥିବେ। ଶ୍ରୀ ମୋଦୀ ନିର୍ବାଚନର ସଫଳତା ପାଇଁ ଦେଶବାସୀଙ୍କୁ କୃତଜ୍ଞତା ଜଣାଇବା ସହ ନିର୍ବାଚନ ଆୟୋଗଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମଧ୍ୟ ପ୍ରଶଂସା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories