www.samajalive.in
Tuesday, December 9, 2025
26.1 C
Bhubaneswar

ବାରାଣସୀରେ ମୋଦୀ; ଶାସ୍ତ୍ରିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ, ଗଛ ଲଗାଇଲେ

ବାରାଣସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତରପ୍ରଦେଶର ବାରାଣସୀ ଗସ୍ତରେ ଯାଇଛନ୍ତି। ଏଠାରେ ସେ ବିଜେପିର ଦେଶବ୍ୟାପୀ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିବେ। ତେବେ ଏହାର ଅବ୍ୟବହିତ ପୂର୍ବରୁ ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ମୋଦୀ ବାରାଣସୀସ୍ଥିତି ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶାସ୍ତ୍ରିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହି ଅବସରରେ ଶାସ୍ତ୍ରିଜୀଙ୍କ ଦୁଇ ପୁଅ ଅନୀଲ ଶାସ୍ତ୍ରୀ ଏବଂ ସୁନୀଲ ଶାସ୍ତ୍ରୀ ଉପସ୍ଥିତ ଥିଲେ। ମୋଦୀ ବିମାନବନ୍ଦରରେ ପହଞ୍ଚିବା ପରେ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପୁଅ ତଥା ବରିଷ୍ଠ କଂଗ୍ରେସ ନେତା ଅନୀଲ ଶାସ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Image courtesy: Hindustan times

ଏହା ପରେ ମୋଦୀ ଆନନ୍ଦ କାନନଠାରେ ଚାରା ରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରିବା ସହିତ ସ୍କୁଲ ପିଲାମାନଙ୍କୁ ଚାରା ବଣ୍ଟନ କରିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories