www.samajalive.in
Monday, December 15, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବକୁ ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ: ଆସନ୍ତା ୮ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କୁ ନିମନ୍ତ୍ରଣ କରାଯାଇଛି।

ମୋଦୀ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଭୁଟାନ ନରେଶଙ୍କୁ ନିମନ୍ତ୍ରଣ ପଠାଇଛନ୍ତି। ଏହା ସହିତ ସେ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେଙ୍କୁ ନିମନ୍ତ୍ରଣ କରିଛନ୍ତି। ସେହିପରି ମରିସସ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କୁ ବି ନିମନ୍ତ୍ରଣ ଦେଇଛନ୍ତି ମୋଦୀ।

- Advertisement -

ସୂଚନାଯୋଗ୍ୟ, ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ଚଳିତ ନିର୍ବାଚନରେ ବହୁମତ ହାସଲ କରିଥିଲା। ୫୪୩ ଲୋକସଭା ଆସନରୁ ଦଳ ୨୯୨ ଆସନରେ ବିଜୟୀ ହୋଇଥିଲା। ଏହା ପରେ ଗତ ବୁଧବାର ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା, ଯେଉଁଥିରେ ମୋଦୀଙ୍କୁ ଏନଡିଏର ନେତା ଭାବେ ନିର୍ବାଚିତ କରାଯାଇଥିଲା। ଏଥିରେ ଏନଡିଏର ସମସ୍ତ ସହଯୋଗୀ ଦଳଗୁଡ଼ିକର ନେତାମାନେ ଉପସ୍ଥିତ ଥିଲେ। ଆସନ୍ତା ୮ ତାରିଖରେ ମୋଦୀ ୩ୟ ଥର ପାଇଁ ଶପଥ ଗ୍ରହଣ କରିବେ ବୋଲି ନିଷ୍ପତ୍ତି ହୋଇଥିଲା।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories