www.samajalive.in
Friday, December 5, 2025
23.1 C
Bhubaneswar

ବାରାଣସୀରେ ନାମାଙ୍କନ ଦାଖଲ କଲେ ମୋଦୀ

ବାରାଣସୀ: ଉତ୍ତର ପ୍ରଦେଶର ବାରାଣସୀ ଲୋକସଭା ଆସନରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦଳର ବରିଷ୍ଠ ନେତା ଏବଂ ନିଜ ସମର୍ଥକମାନଙ୍କ ସହିତ ସେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନପତ୍ର ଦାଖଲ ପୂର୍ବରୁ ମୋଦୀ ଜଣେ ମହିଳା ପ୍ରସ୍ତାବକ ଏବଂ ଅକାଳୀ ଦଳ ସଭାପତି ପ୍ରକାଶ ସିଂହ ବାଦଲଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ। ତେବେ ମୋଦୀ ଯେଉଁ ମହିଳାଙ୍କ ପାଦ ଛୁଇଁଥିଲେ ସେ ହେଉଛନ୍ତି ପାଣିନି କନ୍ୟା ମହାବିଦ୍ୟାଳୟ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ଶୁକ୍ଲା।

ନାମାଙ୍କନପତ୍ର ଦାଖଲ କରିବାକୁ ଆସିବା ପୂର୍ବରୁ ଭୈରବ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ନାମାଙ୍କନ ଦାଖଲ ଲାଗି ଯିବା ସମୟରେ ମୋଦୀଙ୍କ ସାଥିରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ପ୍ରଦେଶ ଅଧ୍ୟକ୍ଷ ମହେନ୍ଦ୍ର ନାଥ ପାଣ୍ଡେ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories