www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତାକାଲି ପୁଣି ଓଡିଶା ଆସୁଛନ୍ତି ମୋଦି

ଭୁବନେଶ୍ଵର: ମୋଦିଙ୍କ ଫୋକସ୍ ରେ ଓଡିଶା। ପୁଣି ନିର୍ବାଚନୀ ପ୍ରଚାର ଲାଗି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ଵରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। କାଲି ରାତିରେ ପ୍ରଧାନମନ୍ତ୍ରୀ ଭୁବନେଶ୍ଵରରେ ରହଣୀ ପରେ ୨୦ ତାରିଖ ସକାଳେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ତାପରେ ଏକ ବିଶାଳ ରୋଡ୍ ଶୋରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପୁରୀ ରୋଡ୍ ଶୋ ପରେ ଅନୁଗୁଳ ଏବଂ କଟକରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ତେବେ ରବିବାର ସନ୍ଧ୍ୟାରେ ମୋଦି ଭୁବନେଶ୍ଵରରେ ପହଞ୍ଚିବା ପରେ ସେହିଦିନ ରାତିରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗଦେବେ। ଚଳିତ ନିର୍ବାଚନକୁ ନେଇ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି। ଚଳିତ ନିର୍ବାଚନରେ ପ୍ରଚାର ଲାଗି ମୋଦି ଏହାକୁ ମିଶାଇ ତୃତୀୟଥର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories