ଭୁବନେଶ୍ବର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ରାଜ୍ୟରେ ମତଦାନ ହେଉଥିବା ବେଳେ, ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ମଙ୍ଗଳବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀସଭାରେ ଉଦବୋଧନ ଦେବେ। ପରେ ସେ ବାଲେଶ୍ୱରରେ ଆୟେଜିତ ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ସେହିପରି ଆସନ୍ତା୨୭ ତାରିଖ ଦିନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ମୟୂରଭଞ୍ଜର ମୋରଡ଼ା ଏବଂ ଯାଜପୁର ଜିଲ୍ଲାର ସୁକିନ୍ଦାଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଗସ୍ତରେ ଆସି ଯାଜପୁର ଓ ମୟୂରଭଞ୍ଜଠାରେ ବିଜୟ ସମାବେଶରେ ଯୋଗଦେବେ ବୋଲି ବିଜେପି ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସେ ବାଲେଶ୍ୱରର ଏକ ସଭାରେ ଯୋଗଦେବେ। ଏହି ଅବସରରେ ଶ୍ରୀ ଗାନ୍ଧୀ ସମାଜର ବିଭିନ୍ନ ବର୍ଗର ଲୋକମାନଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ଆଜି ଆସୁଛନ୍ତି ମୋଦୀ ; ୨୬ରେ ରାହୁଲ ଓ ୨୭ରେ ଆସିବେ ଶାହା
Popular Categories



