www.samajalive.in
Saturday, December 6, 2025
19.1 C
Bhubaneswar

ବାଜପେୟୀଙ୍କ ସମ୍ମାନରେ ୧୦୦ ଟଙ୍କିଆ ମୁଦ୍ରା ଉନ୍ମୋଚନ କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସ୍ୱର୍ଗୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିରେ ୧୦୦ ଟଙ୍କିଆ ସ୍ମାରକ ମୁଦ୍ରା ଉନ୍ମୋଚନ କରିଛନ୍ତି । ସଂସଦ ଭବନର ଏନେକ୍ସିରେ ଆୟୋଜିତ ହୋଇଥିବା କାର୍ୟ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ମୁଦ୍ରା ଜାରି କରିଛନ୍ତି । ସ୍ୱର୍ଗୀୟ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଆଗାମୀ ପୀଢିଙ୍କ ସାର୍ବଜନିକ ଜୀବନ, ବ୍ୟକ୍ତିଗତ ଜୀବନ ଓ ରାଷ୍ଟ୍ର ଜୀବନ ନିମନ୍ତେ ସର୍ବଦା ପ୍ରେରଣା ଦାୟୀ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଆଜି ଆମ ମାନଙ୍କ ଗହଣରେ ଅଟଳଜୀ ନାହାନ୍ତି, ଏକଥା ମନ ମାନିବାକୁ ପ୍ରସ୍ତୁତ ନାହିଁ । ଅଟଳଜୀ ସବୁ ବର୍ଗର ଲୋକଙ୍କ ପ୍ରତି ଭଲପାଇବା ରଖୁଥିବା ଜଣେ ସମ୍ମାନସ୍ପଦ ବ୍ୟକ୍ତି ଥିଲେ । ଅଟଳଜୀ ଯେଉଁ ପାର୍ଟିକୁ ତିଆରି କରିଥିଲେ ବର୍ତ୍ତମାନ ତାହା ସବୁଠୁଁ ରାଜନୈତିକ ଦଳରେ ପରିଣତ ହୋଇଛି । ବକ୍ତା ଭାବରେ ସେ ଅଦ୍ୱିତୀୟ ଥିଲେ । ଆମ ଦେଶରୁ ସର୍ବଶେଷ୍ଠ ବକ୍ତା ମଧ୍ୟରୁ ସେ ଥିଲେ ଅନ୍ୟତମ । ଏହି ଅବସରରେ ବାଜପେୟୀଙ୍କ ସହଯୋଗୀ ତଥା ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଏବଂ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଉପସ୍ଥିତ ଥିଲେ ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories