ମାନହାନୀ ମାମଲା : ତତ୍କାଳ ଶୁଣାଣି ପାଇଁ କୋର୍ଟଙ୍କ ସବୁଜ ସଙ୍କେତ
ନୂଆଦିଲ୍ଲୀ : ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲାରେ ଆସନ୍ତା ୨୧ ତାରିଖରେ ସର୍ବୋଚ୍ଚ ଅଦାଲତ ଶୁଣାଣି କରିବେ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ, ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିଲା। ଏଣୁ କୋର୍ଟ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି । ମୋଦି ସାଙ୍ଗିଆ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା। ଏହାକୁ ନେଇ ସାରା ଦେଶରେ ରାଜନୀତି ସରଗରମ ଥିଲା।
Comments are closed.