www.samajalive.in
Sunday, December 7, 2025
15.1 C
Bhubaneswar

୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସୁରକ୍ଷା ଦାୟିତ୍ବରେ ୮୧ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ମଙ୍ଗଳବାର) ନିଜ ଜନ୍ମଦିନରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଉକ୍ତଦିନ ସେ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋଟ ୮୧ପ୍ଲାଟୁନ ଫୋର୍ସ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ନିୟୋଜିତ ରହିବେ। ଏଥିସହିତ ଭୁବନେଶ୍ବର ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡକଣ ପର୍ଯ୍ୟନ୍ତ ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ ଘୋଷଣା କରାଯାଇଛି। ୧୭ତାରିଖରେ ଏହି ଅଞ୍ଚଳରେ କୌଣସି ବିମାନ ଚଳାଚଳ ଉପରେ ନିଷେଧାଦେଶ ଜାରି କରାଯାଇଛି। ୮୧ପ୍ଲାଟୁନ ଫୋର୍ସ ସହିତ ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୁଲିସ ଅଧିକାରୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ମୁତୟନ ରହିବେ ବୋଲି କଟକ-ଭୁବନେଶ୍ବର ପୁଲିସ ଆୟୁକ୍ତ ସଞ୍ଜୀବ ପଣ୍ଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ପଣ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ବ୍ୟାରିକେଡ୍ ହେବ। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ସାଧା ପୋଷାକରେ ବି ପୁଲିସ ବୁଲିବେ। ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି। ସଭାସ୍ଥଳରେ ସିଆରପିଏଫ ସହିତ ସାଧା ପୋଷାକରେ ପୁଲିସ ମୁତୟନ ରହିବେ ବୋଲି ଶ୍ରୀ ପଣ୍ଡା କହିଛନ୍ତି।
୧୭ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ସକାଳ ୧୧ଟା ୩୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ପୂର୍ବାହ୍ଣ ୧୨ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ ବୋଲି ପୁଲିସ ଆୟୁକ୍ତ ଶ୍ରୀ ପଣ୍ଡା କହିଛନ୍ତି। ଅପରପକ୍ଷେ ରବିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ମହାନିର୍ଦେଶକ ୱାଇ.ବି. ଖୁରାନିଆଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଜନତା ମଇଦାନ ପରିଦର୍ଶନ କରି ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟ‌ାନ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories