ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ: ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୨୦୯ର ଟାର୍ଗେଟ ଦେଲା ଭାରତ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ

ମୋହାଲି : ମୋହାଲିଠାରେ ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜର ପ୍ରଥମ ଟି-୨୦ରେ ଅଷ୍ଟ୍ରେଲିଆ ଆଗରେ ୨୦୯ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୨୦୮ ରନ କରିଥିଲା। ଭାରତ ଆରମ୍ଭରୁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ୱିକେଟ ହରାଇବା ପରେ ସଂକଟରେ ପଡ଼ିଥିଲା । କିନ୍ତୁ କେଏଲ ରାହୁଲ ଓ ସୂର୍ଯ୍ୟ କୁମାର ଯାଦବ ଲଢୁଆ ବ୍ୟାଟିଂ କରି ଦଳକୁ ବିପଦମୁକ୍ତ କରିଥିଲେ। ରାହୁଲ ୫୫ ରନ ଓ ସୂର୍ଯ୍ୟକୁମାର ୪୮ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତ ବ୍ୟାଟିଂ କରି ମାତ୍ର ୩୦ଟି ବଲରେ ୭୧ ରନ କରିଥିଲେ।
ଅଷ୍ଟ୍ରେଲିଆ ପକ୍ଷରୁ ଜସ ହେଜଲଉଡ ୨ଟି ଓ ନାଥନ ଏଲିସ ୩ଟି ଓ୍ବିକେଟ ନେଇଥିଲେ। ସେହିପରି କ୍ୟାମେରନ ଗ୍ରୀନ ଗୋଟିଏ ୱିକେଟ ନେଇଥିଲେ।

kalyan agarbati

Comments are closed.