www.samajalive.in
Saturday, December 6, 2025
26.1 C
Bhubaneswar

୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭଗବତ

ସମାଜ ଡିଜିଟାଲ ଡେସ୍କ: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ମୁଖ୍ୟ ମୋହନ ଭଗବତ । ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ମିଳିଥିବା ସୂଚନା ଅନୁସାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜିଠାରୁ ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ । ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୬ ତାରିଖ ଦିନ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିଯିବେ ମୋହନ ଭଗବତ ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories