www.samajalive.in
Saturday, December 13, 2025
26.1 C
Bhubaneswar

ଭୁବନେଶ୍ଵରରେ ମୋହନ ଭାଗବତ

ଭୁବନେଶ୍ଵର: ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରସଂଘ ଚାଳକ ଡ.ମୋହନ ଭାଗବତ। ଆଜି ଦିନ ପ୍ରାୟ ସାଢେ ୧ଟା ସମୟରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ତେବେ ଆଜି ସେ ଭୁବନେଶ୍ଵରରେ ରହିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ସେ ପୁରୀ ଯାଇ ଜଗା ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନା ମୁତାବକ, ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ପୁରୀରେ ପ୍ରାନ୍ତ ସେବା ପ୍ରମୁଖ ବୈଠକ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବେ ମୋହନ ଭାଗବତ। ଅଗଷ୍ଟ ୧୨ରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ। ଏନେଇ ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories