www.samajalive.in
Saturday, December 6, 2025
26.1 C
Bhubaneswar

ମୋହନା ସ୍ୱାସ୍ଥ୍ୟକେନ୍ଦ୍ରରେ ମିଳୁନି ଜଳାତଙ୍କ ଇଞ୍ଜେକ୍ସନ

ମୋହନା: ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମିଳୁନି ଜଳାତଙ୍କ ଇଞ୍ଜେକ୍ସନ। ଏହି ଅସୁବିଧା ବର୍ଷ ବର୍ଷ ଧରି ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖାଯାଉଥିବାରୁ ଲୋକମାନଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଉଛି। ଏ ନେଇ ବହୁ ସମୟରେ ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଭିଯୋଗ କଲେ ମଧ୍ୟ ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। କୁକୁର କାମୁଡ଼ା ଇଞ୍ଜେକସନ ନ ମିଳିବା ଫଳରେ ଲୋକେ ବହୁ ଖର୍ଚାନ୍ତ ହୋଇ ବ୍ରହ୍ମପୁର ଓ ପାରଳାଖେମୁଣ୍ଡି ମେଡ଼ିକାଲକୁ ଯାଇ ଚିକିତ୍ସିତ ହେଉଛନ୍ତି ନଚେତ ବାହାରୁ ଚଢ଼ା ଦରରେ ଇଞ୍ଜେକସନ କିଣିବାକୁ ବାଧ୍ୟ ହେଉଛନ୍ତି। ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ପ୍ରାୟ ୨୦ରୁ ଊର୍ଦ୍ଧ୍ଵ ପଞ୍ଚାୟତବାସୀ ନିର୍ଭର କରୁଛନ୍ତି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଉଦାସୀନତା ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି । ଏ ସଂପର୍କରେ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରିଣୀ ଡା.ନମିତା ପଣ୍ଡାଙ୍କୁ ପଚାରିବାରୁ ସେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏ ବିଷୟରେ ଅବଗତ କରିଥିବା କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories