ମୋହନା: ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ପ୍ରଧାନ ଶିକ୍ଷୟିତ୍ରୀ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଅଡ଼ବା ଥାନା ଅଧିକାରୀ ଛାତ୍ରୀ ଜଣଙ୍କୁ ଉଦ୍ଧାର କରି ଡାକ୍ତରୀ ମାଇନା କରି ପାରଳାଖେମୁଣ୍ଡି ସିଡବ୍ଲୁସିକୁ ହସ୍ତାନ୍ତର କରିଥିଲେ ଏବଂ ଅଭିଯୁକ୍ତକୁ ଗିରଫ କରିବା ପାଇଁ ତଦନ୍ତ ଚଳାଇଥିଲେ। ସୋମବାର ଅଭିଯୁକ୍ତକୁ ଗିରଫ କରି ଡାକ୍ତରୀ ମାଇନ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।
Popular Categories



