www.samajalive.in
Sunday, December 7, 2025
23.1 C
Bhubaneswar

କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୨ ଗିରଫ; ଗାଡି ଜବତ

ମୋହନା: ଗଜପତି ଜିଲ୍ଲା ଏସପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି ।  ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକଙ୍କ ତତ୍ତ୍ଵାବଧାନରେ ଏସଆଇ ଜ୍ୟାସ୍ନା ରଏ ଓ କର୍ମଚାରୀ କେନ୍ଦୁପଦା ଛକ ନିକଟରେ ପେଟ୍ରୋଲିଂ କରୁଥିବା ବେଳେ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୨ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି । ସୂଚନା ମୁତାବକ ମୋହନା ଅଞ୍ଚଳରୁ ଝାଡଖଣ୍ଡ ରାଜ୍ୟର ଏକ ଟାଟା ସଫାରି ଗାଡି ନଂ ଜେଏଚଠ୧ଏଏଲ୫୯ଠ୮ ଆସୁଥିଲା ।  ଗାଡ଼ିଟିକୁ ଅଟକାଇ ଯାଞ୍ଚ କରିବା ବେଳେ ୩ଟି ପ୍ଲାଷ୍ଟିକ ଜରି ଅଖାରେ ଗଂଜେଇ ଥିବା ଜଣାପଡ଼ିଥିଲେ । ଅତିରିକ୍ତ ମାଜିଷ୍ଟ୍ରେଟ ହିମାଂଶୁ ଭୂଷଣ ପଲାଇଙ୍କ ଉପସ୍ଥିତିରେ ଓଜନ କରିବାରୁ ତାହା ୧୦୯ କିଲୋ ହୋଇଥିଲା । ଏଥିରେ ସମ୍ପୃକ୍ତ ଥିବା ବିହାର ରାଜ୍ୟ ପାଟଣା ସହରର ସୁଜିତ ସିଂ ଓ ରାଜୁ କୁମାରଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗଂଜେଇ ସବୁକୁ ବିହାର ଚାଲାଣ ହେଉଥିବା ନେଇ ଜଣାପଡ଼ିଛି । ଯାହାର ଆନୁମାନିକ ବଜାର ମୂଲ୍ୟ ୧୨ ଲକ୍ଷ ହେବ । ଏ ନେଇ ଥାନା ଅଧିକାରୀ ସୁଜିତ କୁମାର ନାୟକ ସୂଚନା ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories