www.samajalive.in
Monday, December 8, 2025
20.1 C
Bhubaneswar

ଗୋଛାଗୁଡା ଘାଟିରେ ଅଟୋ ଦୁର୍ଘଟଣା ଘଟଣାରେ ଜଣେ ମୃତ

ମୋହନା: ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଗୋଛାଗୁଡା ଘାଟିରେ କିଛି ଦିନ ତଳେ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଅଟୋରେ ୧୮ଜଣ ଯାତ୍ରା ବିଭିନ୍ନ କାମ ନେଇ ଯାତ୍ରା କରୁଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁର୍ଘଟଣାରେ ୭ଜଣ ଗୁରୁତର ଆହାତ ହୋଇ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର ହୋଇଥିଲେ। ସେଥିମଧ୍ୟରୁ ମଙ୍ଗଳା ମଳିକ ନାମକ (୪୮) ବ୍ୟକ୍ତି ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଅନ୍ୟ ୩ ଜଣ କେଶବ ତନ୍ତୀ, ରମେଶ ମଳିକ, ନୟନା ମଳିକଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories