www.samajalive.in
Monday, December 15, 2025
14.1 C
Bhubaneswar

୧୦ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ମୋହନା: ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଉଦୟଗିରି ଏସ୍‌ଡ଼ିପିଓ ଦିଲ୍ଲିପ କୁମାର ନାୟକଙ୍କ ତତ୍ତ୍ଵାବଧାନ ଏବଂ ଅଡ୍‌ବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ନେତୃତ୍ଵରେ ରାଇପଙ୍କା ପଞ୍ଚାୟତର ଶିକିଲିମା ଗ୍ରାମ ନିକଟସ୍ଥ ୫୨ ଏକର ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ଅବକାରୀ ଓ ପୁଲିସ ବିଭାଗ ପକ୍ଷରୁ କଟର ମେସିନ ସାହାଯ୍ୟରେ କାଟି ପୋଡ଼ି ନଷ୍ଟ କରାଯାଇ ଥିଲା। ଯାହାର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ଅଡବା ଆଇଆଇସି ଶ୍ରୀ ପାତ୍ର ସୂଚନା ଦେଇଛନ୍ତି। ଏହି ଅଭିଯାନରେ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ, ଏସ୍‌ଆଇ ଚନ୍ଦନ ଦାସ, ଉତ୍କଳ କେଶରୀ ପ୍ରଧାନ, ଅବକାରୀ ବିଭାଗ, ରାଜସ୍ବ ବିଭାଗ, ବନ ବିଭାଗର କର୍ମଚାରୀଙ୍କ ସମେତ ଫୋର୍ସ ମାନେ ସାମିଲ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories