www.samajalive.in
Saturday, December 6, 2025
23.1 C
Bhubaneswar

କନ୍ୟା ଯାତ୍ରୀ ଗାଡି ଓଲଟି ୩ ମୃତ ଘଟଣା, ଗାଁରେ ମୃତଦେହ ପହଞ୍ଚିବା ପରେ ଶୋକାକୂଳ ପରିବେଶ

ମୋହନା: ଗଜପତି ଜିଲା ଭା.ଉଦୟଗିରି ପଞ୍ଚାୟତ ଅନ୍ତର୍ଗତ କଙ୍କଡ଼ାଗୁଡ଼ା ବୁଲାଣିରେ ଗତ ୧୧ ତାରିଖରେ ବରଘରକୁ କନ୍ୟାଯାତ୍ରୀ ଧରି ଯାଉଥିବା ଏକ ୪୦୭ ମିନିଟ୍ରକ (ନଂ- ଓଆର୦୨ କେ୫୮୬୫)ଓଲଟି ପଡିବାରୁ ଘଟଣାସ୍ଥଳରେ ଗାଡ଼ି ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଜାମଡ଼ିହ ଗ୍ରାମର ଜୟନ୍ତ ଦଳବେହେରା ଓ ଗାୟତ୍ରୀ ରତଙ୍କର ମୃତ୍ୟୁ ଘଟିଥିବା ବେଳେ ବ୍ରହ୍ମପୁର ବଡ଼ ମେଡ଼ିକଲରେ ଚିକିତ୍ସିତ ଅବସ୍ଥାରେ ୫ ବର୍ଷର କୁନି ଝିଅ ଗାୟତ୍ରୀ ମଣ୍ଡଳ ମୃତ୍ୟୁବରଣ କରିଥିଲେ। ଗ୍ରାମରେ ଶବ ପହଞ୍ଚିବାପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଏଭଳି ଦୁଃଖଦ ଘଟଣାରେ ଆଖପାଖ ଗ୍ରାମର ଲୋକେ ମ୍ରିୟମାଣ ହୋଇଥିଲେ। ଏହି ଶବ ସତ୍କାର କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ଥାନୀୟ ଅଞ୍ଚଳର ଲୋକେ ଯୋଗ ଦେଇଥିଲେ।

 

- Advertisement -

ମୃତ୍ୟୁବରଣ କରିଥିବା ପରିବାରଙ୍କୁ ସାନ୍ତ୍ବନା ଦେବାପାଇଁ ଗାଁରେ ପହଞ୍ଚିଥିଲେ ମୋହନା ବ୍ଲକ ଅଧ୍ୟକ୍ଷା ସୁକି ଶବର, ବ୍ଲକ ବିଜେଡ଼ି ସଭାପତି ରଞ୍ଜିବ ଶବର ଓ ଆଦିବାସୀ ନେତା ରାମ ଦଳବେହେରା। ଅପରପକ୍ଷେ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଥିବା ଆହତମାନଙ୍କ ପାଖରେ ମୋହନା ବିଡିଓ ବଂଶୀଧର ଖୋସ୍ଲା, ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ଲକ ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ ପହଞ୍ଚି ଆଶ୍ବସନା ଦେବା ସହ ସେମାନଙ୍କ ଆରୋଗ୍ୟ କାମନା କରିଥିଲେ। ବିଡିଓ ଶ୍ରୀ ଖୋସ୍ଲା ଗୁରୁତର ଆହତ ୮ ଜଣ ରୋଗୀଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକ ମେଡ଼ିକାଲ ନେବାପାଇଁ ଗସ୍ତ ଖର୍ଚ୍ଚ ବାବଦକୁ ପ୍ରତି ପରିବାରବର୍ଗଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories