www.samajalive.in
Sunday, December 7, 2025
23.1 C
Bhubaneswar

ନିଶାସକ୍ତ ଡ୍ରାଇଭର- ଓଲଟିଲା ସରକାରୀ ଅଧିକାରୀଙ୍କ ଗାଡି: ଚାଳକ ଗୁରୁତର

ମୋହନା : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧିନସ୍ତ ଟାଙ୍ଗିଲିପଦର ନିକଟରେ ଗୋଟିଏ ଚାରି ଚକିଆ ଯାନ ଭାରସାମ୍ୟ ହରାଇ ଓଲଟି ପଡିଛି । ଗଜପତି ଜିଲ୍ଲା ପାରାଖେମୁଣ୍ଡି ପାନୀୟ ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ସ୍ଵଂପ୍ରଭା ସେଠୀଙ୍କ କାର୍ଯ୍ୟାଳୟରେ ଲାଗିଥିବା ଗାଡ଼ି ନଂ -ଓଡ଼ି୩୩ ଏଇ୬୧୧୨ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣା ପଡିଛି ।

ଏହି ଗାଡ଼ିଟି ମରାମତି ପାଇଁ ଭୁବନେଶ୍ବର ଯାଇଥିଲା। ସେଠାରୁ ଗାଡ଼ିଟି ମରାମତି ହୋଇ ଫେରିବା ବେଳେ କନିଷ୍ଟ ଯନ୍ତ୍ରୀ ଙ୍କୁ ରା.ଉଦୟଗିରି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିରେ ପାଇଁ ଛାଡିଥିଲା । ମାତ୍ର ଗାଡିଟି ଓଲଟି ପଡିବା ପରେ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚନ୍ଦ୍ରଗିରି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥଲେ । ଚାଳକ ମନୋଜ ଗମାଙ୍ଗ (୨୫) ମଦ୍ୟପାନ କରି ଗାଡି ଚଳାଉଥିବା ଯୋଗୁଁ ଦୁର୍ଘଟଣା ହୋଇଥିବା ନେଇ ଡାକ୍ତର ସୂଚନା ଦେଇଛନ୍ତି । ତାଙ୍କ ଛାତିରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories