www.samajalive.in
Monday, December 15, 2025
16.1 C
Bhubaneswar

୧୧ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ମୋହନା ପୁଲିସ

ମୋହନା: ସ୍ଥାନୀୟ ଥାନା ଅନ୍ତର୍ଗତ ଯୁବ ପଞ୍ଚାୟତର ନୁଣ୍ଡ୍ରୃଜ୍‍ ଗ୍ରାମ ନିକଟ ଜଙ୍ଗଲରୁ ପୁଲିସ୍‍ ଏଗାର କୋଟି ଟଙ୍କାର ଗଞ୍ଜେଇ ଗଛ କାଟି ପୋଡ଼ି ନଷ୍ଟ କରିଥିବା ଜଣାପଡ଼ିଛି। ଗଜପତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅମୂଲ୍ୟ କୁମାର ଦାସଙ୍କ ନିର୍ଦ୍ଦେଶରେ ପାରଳାଖେମୁଣ୍ଡିର ସ୍ୱତନ୍ତ୍ର ଟିମ୍‍ , ମୋହନା ପୁଲିସ୍‍ , ରାଜସ୍ୱ ନୀରିକ୍ଷକ ଓ ଅବକାରୀ ବିଭାଗ କର୍ମ•ରୀଙ୍କ ମିଳିତ ଚଢ଼ାଉରେ ମଙ୍ଗଳବାର ସକାଳ ୮ଟା ରେ ଏହି କାର୍ଯ୍ୟ କରାଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୧ କୋଟି ଟଙ୍କା ହେବ ବୋଲି ଥାନା ସୂତ୍ରରୁ ଜଣାପଡ଼ିଛି। ଏହି ଚଢ଼ାଉରେ ମୋହନା ତହସିଲ୍‍ଦାର କଲ୍ୟାଣୀ ସଂଘମିତ୍ରା ଦେବୀ ମ୍ୟାଜିଷ୍ଟ୍ରେଟ୍‍ ଦାୟିତ୍ୱ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଦାସଙ୍କ କହିବା ଅନୁସାରେ ଗଜପତି ଜିଲ୍ଲାରେ ଗଞ୍ଜେଇ ଚୋରା ଚାଳାଣ ରୋକିବା ଓ ଗଞ୍ଜେଇ ଚାଷର ମୂଳ ଉତ୍ପାଡ଼ନ କରିବା ପାଇଁ ଏହି ଚଢ଼ାଉ ଆଗାମୀ ଦିନରେ ଜାରି ରହିବ ବୋଲି କହିଛନ୍ତି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories