www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟୁତ୍ ଆଘାତରେ ଯୁବକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ମୋହନା: ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଯୋଡିପଦର ଗାଁର କୃଷ୍ଣଚନ୍ଦ୍ର ଦଳବେହେରା ବୋଲି ଜଣାପଡିଛି। ଯୁବକ ଜଣକ ଗତକାଲି କୌଣସି କାମରେ ବାହାରକୁ ଯାଉଥିଲେ। ସେଠାରେ ପୂର୍ବରୁ ଏକ ବିଦ୍ୟୁତ୍ ତାର ଛିଣ୍ଡି ବାଡରେ ପଡିଥିଲା। କିନ୍ତୁ ଯୁବକ ଜଣକ ଏ ସମ୍ପର୍କରେ ଅବଗତ ନଥିଲେ। ଫଳରେ ବିଦ୍ୟୁତ୍ ଆଘାତରେ ତାଙ୍କର ଜୀବନ ଚାଲିଯାଇଥିଲା। ଆଜି ପରିବାର ଲୋକେ କ୍ଷତିପୂରଣ ଦାବିରେ ଚାନ୍ଦିପୁଟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମୋଟର ଅଟକି ରହିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।  ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories