www.samajalive.in
Saturday, December 6, 2025
15.1 C
Bhubaneswar

ବିଦ୍ୟୁତ୍ ଆଘାତରେ ଯୁବକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ମୋହନା: ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଯୋଡିପଦର ଗାଁର କୃଷ୍ଣଚନ୍ଦ୍ର ଦଳବେହେରା ବୋଲି ଜଣାପଡିଛି। ଯୁବକ ଜଣକ ଗତକାଲି କୌଣସି କାମରେ ବାହାରକୁ ଯାଉଥିଲେ। ସେଠାରେ ପୂର୍ବରୁ ଏକ ବିଦ୍ୟୁତ୍ ତାର ଛିଣ୍ଡି ବାଡରେ ପଡିଥିଲା। କିନ୍ତୁ ଯୁବକ ଜଣକ ଏ ସମ୍ପର୍କରେ ଅବଗତ ନଥିଲେ। ଫଳରେ ବିଦ୍ୟୁତ୍ ଆଘାତରେ ତାଙ୍କର ଜୀବନ ଚାଲିଯାଇଥିଲା। ଆଜି ପରିବାର ଲୋକେ କ୍ଷତିପୂରଣ ଦାବିରେ ଚାନ୍ଦିପୁଟ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମୋଟର ଅଟକି ରହିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।  ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories