www.samajalive.in
Friday, December 12, 2025
17.1 C
Bhubaneswar

କାର୍‌ ଧକ୍କାରେ ମଟର ସାଇକେଲ୍‌ ଚାଳକ ମୃତ- କାର ଚାଳକ ଫେରାର

ମୋହନା- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଶିଆଳିଲଟି ଗ୍ରାମ ବିଦ୍ୟାଳୟ ନିକଟ ଘାଟି ରାସ୍ତାରେ କାର -ବାଇକ୍ ମୁହାଁ ମୁହିଁ ଧକ୍କା । ଏହି ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି ।

ସୂଚନା ମୁତାବକ ଅଡବା ଥାନା ଅଧୀନ ଗାଲିମେରା ଗ୍ରାମର ବସନ୍ତ ବୀର ନାମକ ଯୁବକ ଅନ୍ତରବା ଗ୍ରାମକୁ କୌଣସି କାମରେ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ କାର ସହ ତାଙ୍କ ବାଇକ୍‌ ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ସେ ରାସ୍ତା କଡ଼କୁ ଛିଟିକି ପଡିଥିଲେ ।

- Advertisement -

ଗୁରୁତର ଅବସ୍ଥାରେ ପଡି ରହିଥିବା ଦେଖି କାର ଚାଳକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ସେହି ଅବସ୍ଥାରେ ପ୍ରାୟ ଏକ ଘଣ୍ଟାରୁ ଅଧିକା ସମୟ ପଡ଼ି ରହିଥିଲେ ବସନ୍ତ । କିଛି ସ୍ଥାନୀୟ ଲୋକେ ଏହା ଦେଖିବା ପରେ ତାଙ୍କୁ ସଙ୍ଗେ ସଙ୍ଗେ ଅନ୍ୟ ଏକ କାରରେ ମୋହନା ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories