www.samajalive.in
Monday, December 15, 2025
26.1 C
Bhubaneswar

ସୋମବାର ରାଶିଫଳ ୦୭.୦୩.୨୦୨୨

ମେଷ: ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ, ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।
ବୃଷ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ମୌନ ରହି ସାଧନାରେ ବ୍ରତୀ ହେବା ଆଶା କରାଯାଏ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ମଧୁରଭାଷୀ ହେବେ। କର୍ମଚଞ୍ଚଳ ରହିବେ।
ମିଥୁନ: ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ।
କର୍କଟ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଭାଗ୍ୟଲକ୍ଷ୍ମୀ ପ୍ରସନ୍ନ ଅଛନ୍ତି।
କନ୍ୟା: ପରୋପକାରୀ ହୋଇପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଧୈର୍ଯ୍ୟଧରି ଉପୁଜିଥିବା ସମସ୍ୟାର ମୁକାବିଲା କରିିବେ। ମନ ବ୍ୟାକୁଳିତ ହୋଇପାରେ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ରହିବେ।
ତୁଳା: ଆଜି ଦିନ ଭିତରେ ଯାହା ଘଟଣା ଘଟିବ; ତାହା ସୁଖବୋଧ ହୋଇପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ପ୍ରୀତିଭୋଜନ ସହ ଆନନ୍ଦ ଉପଭୋଗ କରିବେ।
ବିଛା: ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
ଧନୁ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହେବେ। ଅର୍ଜିତ ବକେୟା ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅକ୍ଷୟ କୀର୍ତ୍ତି ଅର୍ଜନ କରି ଆତ୍ମସନ୍ତୋଷ ଲାଭ କରିବେ।
ମକର: ପରିଶ୍ରମ ଅଧିକ ଓ କଠିନ ହେଲେ ବି; ତା’ର ମୂଲ୍ୟ ମିଳିବ। ଯାନ-ବାହନ ସୁଖ ମିଳିପାରେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି।
କୁମ୍ଭ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା​‌ ଦେବ। ଦେବଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି। କାୟମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି।
ମୀନ: ସମ୍ମାନିତ ହେବେ। ଆଧ୍ୟତ୍ମବାଦୀ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ବିଭିନ୍ନ ଉପାୟରେ ଧନ ଅର୍ଜନ କରିପାରନ୍ତି। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ମତିମାନ୍‌ ଓ ଶକ୍ତିମାନ୍‌ ହେବେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories