www.samajalive.in
Sunday, December 14, 2025
19.1 C
Bhubaneswar

ସୋମବାର ରାଶିଫଳ (୦୨.୧୦.୨୦୨୩)

ମେଷ: ଭଲ ଆୟ ହେବାର ସୁବର୍ଣ୍ଣ ସୁଯୋଗ ଜୁଟିଛି। ସରକାରୀ ଓ ବନ୍ଧୁ ସହାୟତାରେ ଲାଭବାନ୍‌ ହେବେ। ଭୋଜନ ରୁଚିକର ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ବୃଷ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। କାର୍ଯ୍ୟ ବିଘ୍ନ ବହୁଳ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ମଧୁର କଥାରେ ପରକୁ ଆପଣାର କରିବେ।
ମିଥୁନ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ପରୋପକାରୀ ହେବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ସମ୍ମାନ, ଧନ ସବୁକିଛି ମିଳିବ।
କର୍କଟ: କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। କୀର୍ତ୍ତିମାନ୍‌ ହେବେ। ଅର୍ଥ ମିଳିବ।
ସିଂହ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରିପାରନ୍ତି। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଲୋକପ୍ରିୟତା ଅର୍ଜନ କରିବେ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି।
କନ୍ୟା: ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ନୃତ୍ୟ ସଙ୍ଗୀତ ପ୍ରିୟ ହେବେ। ସତ୍‌କର୍ମରେ ନିୟୋଜିତ ହେବେ। ଧର୍ମ ମାର୍ଗରେ ଚାଲିବେ।
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ଚିତ୍ରା କିମ୍ବା ବିଶାଖା ନକ୍ଷତ୍ର ହୋଇଥିଲେ ଆଶାତୀତ ଫଳ ପ୍ରାପ୍ତ ହେବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ।
ବିଛା: ସଦା ସର୍ବଦା ଭ୍ରାତୃ ସହଯୋଗ ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ।
ଧନୁ: ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆର୍ଥିକ ସ୍ରୋତ ପ୍ରବାହିତ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁଭାଷୀ, ଉତ୍ତମ ବିଦ୍ୟାଯୁକ୍ତ, ଦର୍ଶନୀୟ ଓ ତେଜୀୟାନ ହେବେ।
ମକର: ଭ୍ରାତୃଭାବ ଅତୁଟ ରହିବ। ପରିଶ୍ରମ ଯେତେ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ଯାନବାହନ ସୁଖ ମିଳିପାରେ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟକୁ ସୀମିତ କରିପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ମିଳିବ।
କୁମ୍ଭ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଭାଗବତ ପ୍ରେମୀ ହୋଇପାରନ୍ତି। ଠାକୁରଙ୍କ ଦର୍ଶନ ଲାଭ କରି ଆତ୍ମସନ୍ତୋଷ ଲାଭ କରିବେ।
ମୀନ: ତ୍ୟାଗଶୀଳ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ପୃଷ୍ଟଚିତ୍ତ ଓ ଅତି ସୁଖୀ ହେବେ। ମନ ପ୍ରଫୁଲ୍ଲ ରହିବ। ସହିଷ୍ଣୁ ହେବେ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories