www.samajalive.in
Monday, December 8, 2025
14.1 C
Bhubaneswar

ସୋମବାର ରାଶିଫଳ: ଏହି ରାଶିରେ ଆକସ୍ମିକ ଧନଲାଭର ସୂଚନା

ମେଷ:ରାଜଯୋଗ ଅଛି। ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି। ନାନା ସୁନ୍ଦର ଓ ମୂଲ୍ୟବାନ୍ ବସ୍ତୁ ପ୍ରାପ୍ତିର ସୂଚନା ମିଳୁଛି। ଧର୍ମୀୟ ଉନ୍ନୟନ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ବୃଷ: ନାନାବିଧ ସମ୍ମାନର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ସମ୍ମାନ ସହ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

- Advertisement -

ମିଥୁନ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। ସୁଖୀ ଜୀବନ ବିତାଇବେ।

କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସପୂର୍ଣ୍ଣ ହେବ। ସୁଖସମୃଦ୍ଧିର ମୂଳଦୁଆ ପଡ଼ିବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ।

ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କଲେ ବି, କର୍ମତତ୍ପର ରହିବେ। ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆକସ୍ମିକ ବିପଦର ସମ୍ମୁଖୀନ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସତର୍କତାର ଦିନଟି ଆଜି

କନ୍ୟା: ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ସ୍ବସୁକର୍ମରୁ ଉପୁଜିଥିବା ଅହଂକାରକୁ ବିସର୍ଜନ ଦେଇପାରନ୍ତି। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁସ୍ଥ ଓ ନିରାମମୟ ରହିବେ।

ତୁଳା: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଅତି ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଜନସେବାରେ ନିଜକୁ ଉତ୍ସର୍ଗ କରି ସୁଖ ପ୍ରାପ୍ତ ହେବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ଧନୁ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳାଯାତ୍ରା ନ କରିବା ଭଲ। ଯାନବାହନ ସୁଖ ମିଳିବ।

ମକର: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିର ସମ୍ପୃକ୍ତ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

କୁମ୍ଭ: ବିଳମ୍ବିତ ହେଲେ ବି ଭାଗ୍ୟର ପରିବର୍ତ୍ତନ ଘଟିବ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରମାନଙ୍କଠାରୁ ଆଶ୍ବାସନା ମିଳିବ।

ମୀନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଲୋକପ୍ରିୟ ହେବେ। ସମାଜରେ ଗୌରବାନ୍ବିତ ହେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories